25.9 C
Bhubaneswar
Monday, April 6, 2026
Homeଓଡିଶାୱାବି ଖୁରାନିଆ ହେଲେ ଓଡିଶାର ନୂଆ ପୋଲିସ ଡିଜି

ୱାବି ଖୁରାନିଆ ହେଲେ ଓଡିଶାର ନୂଆ ପୋଲିସ ଡିଜି

ଭୁବନେଶ୍ୱର : ସବୁ କଳ୍ପନା ଜଳ୍ପନାର ହେଲା ଅନ୍ତ । ୱାଇବି ଖୁରାନିଆ ହେଲେ ନୂଆ ଡିଜିପି । ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର ଖୁରାନିଆ ହେଲେ ରାଜ୍ୟର ନୂଆ ଡିଜିପି । ତେବେ ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ଖୁରାନିଆ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଥିଲେ । ସେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି । ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି । ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ । ସେ ବିଏସଏଫ ସ୍ପେଶାଲ ଡିଜି ଭାବେ କାର୍ଯ୍ୟ କରି ଫେରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking