35.1 C
Bhubaneswar
Tuesday, April 23, 2024
Homeଦେଶ ବିଦେଶପ୍ରବଳ ବର୍ଷା ଯୋଗୁଁ ଭୁଶୁଡ଼ିଲା ଘର, ଚାଲିଗଲା ୭ ଜୀବନ

ପ୍ରବଳ ବର୍ଷା ଯୋଗୁଁ ଭୁଶୁଡ଼ିଲା ଘର, ଚାଲିଗଲା ୭ ଜୀବନ

ବେଲଗାଡ଼ି : ପ୍ରବଳ ବର୍ଷା ଯୋଗୁଁ ଭୁଶୁଡ଼ିଲା କୋଠା । ଚାଲିଗଲା ୭ଜୀବନ । ଏଭଳି ଅଭାବନୀୟ ଘଟଣା କର୍ଣ୍ଣାଟକର ବେଲାଗାବିର ଅଙ୍କଲଗି ଗ୍ରାମରେ ଘଟିଛି । ପ୍ରବଳ ବର୍ଷା ହେତୁ ଗୋଟିଏ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ଶିଶୁଙ୍କ ସମେତ ସାତଜଣଙ୍କର ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଡାକ୍ତରଖାନା ଯିବା ବାଟରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ରାଜ୍ୟର ମୁଖ୍ୟମନ୍ତ୍ରୀ ବାସବିରାଜ ବୋମାଇ ଶୋକ ପ୍ରକାଶ କରିବା ସହ ପୀଡିତଙ୍କ ପରିବାରର ପ୍ରତ୍ୟେକଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଅଧିକାରୀଙ୍କୁ ଘଟଣାସ୍ଥଳ ପରିଦର୍ଶନ କରିବା ଏବଂ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଘଟଣା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି । ଏକ ସଙ୍ଗେ ଗାଁରେ ସାତ ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଲହରି ଖେଳି ଯାଇଛି । ଗତ କିଛି ଦିନ ହେବ ଏହି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିବା କହିଛନ୍ତି ସ୍ଥାନୀୟ ଲୋକେ । ପ୍ରବଳ ବର୍ଷା ଯୋଗୁଁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତାମିଲନାଡୁ ଉପକୂଳବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ପ୍ରବଳ ପବନ ବୋହିବା ଓ ବର୍ଷା ପାଇଁ ସର୍କୁଲାର ଜାରି କରାଯାଇଥିଲା । ଅକ୍ଟୋବର ୪ରୁ ୬ ମଧ୍ୟରେ କର୍ଣ୍ଣାଟକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ଫଳରେ ବୁଧବାର ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking