29.1 C
Bhubaneswar
Tuesday, March 17, 2026
Homeଓଡିଶାରାଜଧାନୀରେ ଚାଲିଛି ସେକ୍ସ ରାକେଟ

ରାଜଧାନୀରେ ଚାଲିଛି ସେକ୍ସ ରାକେଟ

ଭୁବନେଶ୍ୱର: ରାଜଧାନୀରେ ଭଡା ଘରେ ଚାଲିଥିଲା ସେକ୍ସ । ସୂଚନା ପାଇ ପୋଲିସର ଚଢ଼ାଉ। ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ଭଡା ଘରେ ସେକ୍ସ ରାକେଟ ଠାବ ହୋଇଛି । ୪ ଯୁବତୀଙ୍କୁ ଉଦ୍ଧାର କରିଛି ପୋଲିସ । ଯୁବତୀମାନେ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ପୋଲିସକୁ ମିଳିଥିଲା ସୂଚନା । ଚଢାଉ ବେଳେ ବହୁ ଆପତ୍ତିଜନକ ସାମଗ୍ରୀ ଜବତ କରିଛି ପୋଲିସ । ସୂଚନା ଅନୁଯାଇ , ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ଭଡା ଘରେ ସେକ୍ସ ରାକେଟ୍ ଚାଲିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ପୋଲିସ ଉକ୍ତ ଭଡା ଘରେ ଚଢାଉ କରିଥିଲା। ଚଢାଉ ବେଳେ ୪ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ଯୁବତୀମାନେ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଜଣାପଡ଼ିଛି। ଚଢାଉ ବେଳେ ବହୁ ଆପତ୍ତିଜନକ ସାମଗ୍ରୀ ଏବଂ ଏକ ବାଇକ୍ ଜବତ ହୋଇଛି। ଏହି ବାଇକ୍‌ଟି କୌଣସି ଗ୍ରାହକ କିମ୍ଵା ଦଲାଲଙ୍କର ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ପୋଲିସ ଉକ୍ତ ଯୁବତୀଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି। ଏହି ରାକେଟ୍‌ରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ସେନେଇ ପୋଲିସ ଖୋଳତାଡ଼ କରୁଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking