29.1 C
Bhubaneswar
Friday, June 27, 2025
Homeଦେଶ ବିଦେଶଅହମ୍ମଦାବାଦ ଅଭିମୁଖେ ଶାହ

ଅହମ୍ମଦାବାଦ ଅଭିମୁଖେ ଶାହ

ନୂଆଦିଲ୍ଲୀ: ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ  ସହ କଥା ହେଲେ  ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବା ପରେ ଅହମ୍ମଦାବାଦ ଅଭିମୁଖେ ଶାହ । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ  ସହ ମଧ୍ୟ କଥା ହେଲେ ମୋଦି । ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଥାଉକି ଆଜି ଗୁଜୁରାଟରେ ବଡ଼ ଧରଣର ବିମାନ ଦୁର୍ଘଟଣା ହୋଇଛି। ଟେକ୍‌-ଅଫ୍‌ ପରେ କ୍ରାସ୍ ହୋଇଗଲା ବିମାନ । ବିମାନରେ ୧୨ ଜଣ କ୍ରୁ ମେମ୍ବରଙ୍କ ସମେତ ମୋଟ ୨୪୨ ଯାତ୍ରୀ ଥିଲେ । ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ଏୟାର ଇଣ୍ଡିଆର ଏହି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିଲା । ଦୁର୍ଘଟଣାସ୍ଥଳରୁ ବହଳ କଳା ଧୂଆଁ ଉଠୁଥିବାର ଦେଖାଯାଉଛି । ଦୁର୍ଘଟଣା ପରେ ବିମାନ ସମ୍ପୂର୍ଣ୍ଣ ଜଳିଯାଇଛି । ରେସ୍କ୍ୟୁ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି । ଯାହା ସୂଚନା ମିଳୁଛି, ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନ ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ଏୟାରପୋର୍ଟରୁ ଲଣ୍ଡନ ଅଭିମୁଖେ ଯାଉଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking