36.1 C
Bhubaneswar
Saturday, May 18, 2024
Homeଦେଶ ବିଦେଶପୁଅ ଆରୟନକୁ ଭେଟିବାକୁ ଜେଲରେ ପହଞ୍ଚିଲେ ଶାହାରୁଖ ଖାନ

ପୁଅ ଆରୟନକୁ ଭେଟିବାକୁ ଜେଲରେ ପହଞ୍ଚିଲେ ଶାହାରୁଖ ଖାନ

ମୁମ୍ବାଇ: ପୁଅ ଆରୟନକୁ ଭେଟିବାକୁ ଜେଲରେ ପହଞ୍ଚିଲେ ଶାହାରୁଖ ଖାନ। ଗତକାଲି ଆରୟନଙ୍କ ଜାମିନ ଆବେଦନ ଖାରଜ ହେବା ପ‌ରେ ତାଙ୍କୁ ଏବେ ଆର୍ଥର ରୋଡ ଜେଲରେ ରଖାଯାଇଛି। ପୁଅ ଗିରଫ ହେବା ପରେ ଆଜି ପ୍ରଥମ ଥର ପାଇଁ ତାଙ୍କୁ ଭେଟିବାକୁ ଜେଲରେ ପହଞ୍ଚିଛନ୍ତି କିଙ୍ଗ ଖାନ ଶାହାରୁଖ। ଗତକାଲି ମୁମ୍ବାଇର ସ୍ବତନ୍ତ୍ର ଏନଡିପିଏସ କୋର୍ଟ ଆରୟନଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ । ଆରୟନଙ୍କ ସମେତ ଆଉ ଦୁଇଜଣଙ୍କ ଜାମିନ ଆବେଦନକୁ ଖାରଜ କରାଯାଇଥିଲା।

ସେମାନେ ଥିଲେ ସହ ଅଭିଯୁକ୍ତ ଅରବାଜ ମର୍ଚ୍ଚାଣ୍ଟ ଓ ମୁନମୁନ ଧମେଚା । ଆରୟନଙ୍କୁ ଜାମିନ ଦେବାକୁ ଓକିଲ ସତୀଶ ମନସିନ୍ଧେ ଓ ଅମିତ ଦେଶାଇ କୋର୍ଟଙ୍କ ନିକଟରେ ଯୁକ୍ତି ରଖିଥିଲେ ବି କୋର୍ଟ ତାଙ୍କ ଯୁକ୍ତିକୁ ଗ୍ରହଣ କରିନଥିଲେ । ଏନସିବି ପକ୍ଷରୁ ସ୍ବତନ୍ତ୍ର ସରକାର ଓକିଲ ଅଦ୍ବୈତ ସେଥାନା ଆରୟନ ଓ ଅନ୍ୟମାନଙ୍କ ଜାମିନକୁ ବିରୋଧ କରିଥିଲେ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking