ଭୁବନେଶ୍ୱର: ଛାତ୍ରୀଙ୍କୁ ୨୪ ଘଣ୍ଟିଆ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ । ଆପକୁ ମୋବାଇଲରେ ଇନଷ୍ଟଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପରାମର୍ଶ ଦେଇଛି । ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳସଚିବ ଓ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । କୌଣସି ଖରାପ ପରିସ୍ଥିତିରେ ଥିଲେ ଏହି ଆପରେ ତଥ୍ୟ ଦେଇପାରିବେ ଛାତ୍ରୀ । ଉଚ୍ଚଶିକ୍ଷା ନୁଷ୍ଠାନଠୁ ଆରମ୍ଭ କରି ବିଭାଗ ଯାଏଁ ଅଭିଯୋଗ ପହଞ୍ଚିପାରିବ । ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକାର୍ପିତ କରିଥିଲେ ।










