24.1 C
Bhubaneswar
Friday, February 6, 2026
Homeଓଡିଶାଶଙ୍କର – ମୁନ୍ନାଙ୍କୁ ମୁହାଁମୁହିଁ ଜେରା

ଶଙ୍କର – ମୁନ୍ନାଙ୍କୁ ମୁହାଁମୁହିଁ ଜେରା

ଭୁବନେଶ୍ୱର: ଏସ୍‌ଆଇ ନିଯୁକ୍ତି ପରୀକ୍ଷା ମହାଘୋଟାଲା ଘଟଣାରେ ଶଙ୍କର ପୃଷ୍ଟି ଓ ମୁନ୍ନା ମହାନ୍ତିଙ୍କୁ ମୁହାଁମୁହିଁ ଜେରା କରାଯାଉଛି। କ୍ରାଇମବ୍ରାଞ୍ଚ ଅଫିସ୍‌ରେ ଦୁହିଁଙ୍କୁ କରାଯାଉଛି ଜେରା । ମୁନ୍ନାକୁ ୫ ଦିନିଆ ରିମାଣ୍ଡରେ ଆଣି ସାରିଛି କ୍ରାଇମବ୍ରାଞ୍ଚ। ଶଙ୍କରର ଦୁଇ ପ୍ରମୁଖ ସହଯୋଗୀ ମଧ୍ୟରୁ ଜଣେ ହେଉଛି ମୁନ୍ନା ମହାନ୍ତି। ସୂଚନାଯୋଗ୍ୟ, ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଗତକାଲି ନେପାଳ ସୀମାରୁ ଗିରଫ କରିଥିଲା। ଏହାପରେ ତାକୁ ଭୁବନେଶ୍ବରକୁ ଆଣିଛି କ୍ରାଇମବ୍ରାଞ୍ଚ ଟିମ୍।  ଗାଜିଆବାଦରେ ଥିବା ଶଙ୍କରର ଘରେ କ୍ରାଇମବ୍ରାଞ୍ଚ ଟିମ୍ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା ଶଙ୍କର। ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା। ଡିଏସ୍‌ପି ଅନିଲା ଆନନ୍ଦଙ୍କ ନେତୃତ୍ବରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍‌ ଏ ସଂପର୍କରେ ସୂଚନା ପାଇ ଚଢ଼ଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking