28.1 C
Bhubaneswar
Monday, February 9, 2026
Homeଓଡିଶାଶଙ୍କର ପରିଡାଙ୍କ ପରଲୋକ

ଶଙ୍କର ପରିଡାଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡାଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ଫୁସଫୁସ କ୍ୟାନ୍ସରରେ ଦୀର୍ଘ ଦିନ ଧରି ଲଢୁଥିଲେ । ଶଙ୍କର ପରିଡାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦେଇଛନ୍ତି । ଅତୀତରେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ, କତା ନିଗମ ଅଧ୍ୟକ୍ଷ ଥିଲେ ଶଙ୍କର ପରିଡା । ପୁରୀ ଜିଲ୍ଲାର ଜଣେ ପରିଚିତ ରାଜନେତା ଥିଲେ। ତାଙ୍କ ପରଲୋକରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି । କହିଛନ୍ତି ,ସ୍ୱର୍ଗତଃ ପରିଡା ଜଣେ କବି, ମିଷ୍ଟଭାଷୀ, ସୁସଂଗଠକ, ବନ୍ଧୁବତ୍ସଳ ବ୍ୟକ୍ତି ଭାବରେ ଜନସାଧାରଣଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ । ସ୍ୱର୍ଗତଃ ପରିଡା ରାଜ୍ୟ ପଂଚାୟତ ନିର୍ବାଚିତ ପ୍ରତିନିଧି ସଂଘର ପୂର୍ବତନ ସଭାପତି ଥିଲେ । ତାଙ୍କ ବିୟୋଗରେ ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ସ୍ୱର୍ଗତଃ ପରିଡାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking