ଭୁବନେଶ୍ୱର: ପୋଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲା । ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ କରିଦିଆଯାଇଛି । ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ କଲେ ହାଇକୋର୍ଟ । ଶଙ୍କରର ପତ୍ନୀ ଦୀପ୍ତିମୟୀ ସାହୁଙ୍କ ଆଗୁଆ ଜାମିନ୍ ମଧ୍ୟ ଖାରଜ କରିଦେଇଛନ୍ତି କୋର୍ଟ । ଦୀପ୍ତିମୟୀଙ୍କୁ ତଳ କୋର୍ଟରେ ହାଜର ହୋଇ ଜାମିନ ଆବେଦନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଘଟଣା ପରଠଆରୁ ଉଭୟ ପତି ପତ୍ନୀ ଫେରାର ଅଛନ୍ତି ।










