29.1 C
Bhubaneswar
Saturday, July 27, 2024
Homeଦେଶ ବିଦେଶସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହେଲେ ଶରଦ ପାୱାର୍‌

ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହେଲେ ଶରଦ ପାୱାର୍‌

ମୁମ୍ବାଇ : ମହାରାଷ୍ଟ୍ରରେ ଶରଦ ପାୱାରଙ୍କ ନେତୃତ୍ୱାଧୀନ ଏନସିପିକୁ ଲାଗିଛି ବଡ଼ ଝଟକା । ନିକଟ ଅତୀତରେ ଅଜିତ ପାୱାରଙ୍କ ଏନସିପିକୁ ଅସଲ ଏନସିପି ବୋଲି ସ୍ୱୀକୃତି ଦେଇଛନ୍ତି ନିର୍ବାଚନ ଆୟୋଗ। କମିସନ କହିଛନ୍ତି, ସମସ୍ତ ତଥ୍ୟ ପ୍ରମାଣକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି। ଏବେ ଅଜିତ ପାୱାର ଗୋଷ୍ଠୀ ଏନସିପିର ନାଁ ଓ ନିର୍ବାଚନ ଚିହ୍ନ ବ୍ୟବହାର କରିପାରିବେ। ନିର୍ବାଚନ କମିସନଙ୍କ ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏବେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଶରଦ ପାୱାର। ଜାତୀୟତାବାଦୀ କଂଗ୍ରେସ ପାର୍ଟି ସୁପ୍ରିମୋ ଶରଦ ପାୱାର ଆଜି ତାଙ୍କ ପୁତୁରା ତଥା ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଗଠିତ ଦଳକୁ ପ୍ରକୃତ ଏନସିପି ଭାବରେ ସ୍ୱୀକୃତି ପ୍ରଧାନ କରିଥିବା ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ୍‌ କରିଛନ୍ତି। ନିର୍ବାଚନ ଆୟୋଗ ଅଜିତ ପାୱାରଙ୍କ ଏନସିପିକୁ ଅସଲ ଏନସିପି ବୋଲି ସ୍ୱୀକୃତି ଦେବା ସହ ଏବେ ଶରଦ ପାୱାର ଗୋଷ୍ଠୀ ନୂଆ ଚିହ୍ନ ଓ ନାଁ ପାଇଁ ଆବେଦନ କରିବେ ବୋଲି ପ୍ରକାଶ କରିଥିଲେ। ୬ ମାସରୁ ଅଧିକ ସମୟ ଧରି ଚାଲିଥିବା ଶୁଣାଣିରେ ବିବାଦ ନେଇ ୧୦ ଥର ବୈଠକ କରିଥିଲେ ନିର୍ବାଚନ ଆୟୋଗ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking