29.1 C
Bhubaneswar
Saturday, April 27, 2024
Homeଓଡିଶାଗୈାରହରି ଦାସଙ୍କୁ ଶାରଳା ପୁରସ୍କାର

ଗୈାରହରି ଦାସଙ୍କୁ ଶାରଳା ପୁରସ୍କାର

ଭୂୁବନେଶ୍ୱର :ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କଥାକାର ଡ. ଗୌରହରି ଦାସଙ୍କୁ ପ୍ରଦାନ କରାଯିବାକୁ ବିଚାରକମଣ୍ଡଳୀଙ୍କ ଦ୍ୱାରା ସ୍ଥିର ହୋଇଛି । ୨୦୧୮ ମସିହାରେ ଟାଇମ୍‍ପାସ୍‍ ପବ୍ଲିକେଶନ୍‍ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ଲାଭ କରିବେ । ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଡ. ଦାସଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ । ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୨ ମସିହା ପାଇଁ ଘୋଷିତ ହୋଇଛି । ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରକର ଶ୍ରୀ ପ୍ରଫୁଲ୍ଲ ମହାନ୍ତି ଏବଂ ପ୍ରସିଦ୍ଧ ଓଡ଼ିଶୀ ସଙ୍ଗୀତସାଧକ ଗୁରୁ ଶ୍ରୀ ଘନଶ୍ୟାମ ପଣ୍ଡାଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦରେ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନର ପରମ୍ପରା ରହିଛି । ଏଠାରେ ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ । ୧୯୮୦ ମସିହାରୁ ପ୍ରଦାନ କରାଯାଇଆସୁଥିବା ଶାରଳା ପୁରସ୍କାର ୪୩ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି । ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି । ଇମ୍ପାକ୍ଟର ଅନ୍ୟଏକ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ରହିଛି “ଏକଲବ୍ୟ ପୁରସ୍କାର’, ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ାବିତମାନଙ୍କୁ ସେମାନଙ୍କ ଉତ୍କର୍ଷ ପାଇଁ ପ୍ରଦାନ କରାଯାଇଆସୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking