17.1 C
Bhubaneswar
Wednesday, December 10, 2025
Homeଦେଶ ବିଦେଶଶେଖ ହସିନାଙ୍କୁ ଫାଶୀଦଣ୍ଡ

ଶେଖ ହସିନାଙ୍କୁ ଫାଶୀଦଣ୍ଡ

ନୂଆଦିଲ୍ଲୀ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଫାଶୀଦଣ୍ଡ । ଅନ୍ତରାଷ୍ଟ୍ରୀୟ ଅପରାଧ ଟ୍ରିବ୍ୟୁନାଲ୍ (ICT) ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ରାୟ ଶୁଣାଇ ଫାଶୀଦଣ୍ଡ ଶୁଣାଇଛନ୍ତି । ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ତାଙ୍କୁ ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି ବାଂଲାଦେଶ କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା । ରାଜଧାନୀ ଢାକା ସମେତ ସମଗ୍ର ବାଂଲାଦେଶରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ହାଇଆଲର୍ଟରେ ରହିଛି ପୂରା ଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ୍‌ଙ୍କ ରାୟ ପୂର୍ବରୁ ଦେଶରେ ଜାରି ହୋଇଥିଲା ହାଇଆଲର୍ଟ । ବାଂଲାଦେଶର ଅନ୍ତରୀଣ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସହ ୯୬ ଜଣଙ୍କ ପାସପୋର୍ଟ ରଦ୍ଦ କରିଥିଲେ । ସ୍ଥାନୀୟ ବାଂଲାଦେଶୀ ଗଣମାଧ୍ୟମ ଅନୁସାରେ, ଜୁଲାଇରେ ଆନ୍ଦୋଳନ ସମୟରେ ମୃତ୍ୟୁ ଏବଂ ଦେଶ ଛାଡିବା ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା ।

ଏହାବ୍ୟତୀତ ହସିନା ଓ ଅନ୍ୟ ୧୧ ଜଣଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ (ଆଇସିଟି) ଗିରଫ ପରୱାନା ଜାରି କରିଥିଲେ ।ହସିନାଙ୍କ ସମେତ ସମସ୍ତ ଅଭିଯୁକ୍ତ ପକ୍ଷଙ୍କୁ ଗିରଫ ଓ ହାଜର କରିବା ପାଇଁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ । ଆଇସିଟିର ଅଧ୍ୟକ୍ଷ ଜଷ୍ଟିସ ମହମ୍ମଦ ଗୋଲମ ମୁର୍ତୁଜା ମୋଜୁମଦାର ଏକ ୱାରେଣ୍ଟ ଜାରି କରି ଏହାର ତଦନ୍ତ ଉପରେ ଗୁରୁତ୍ୱରୋପ କରିଥିଲେ । ଅଭିଯୁକ୍ତମାନଙ୍କୁ ଗିରଫ କରି ଟ୍ରିବ୍ୟୁନାଲରେ ହାଜର କରିବା ପାଇଁ ପୁଲିସ ମହାନିରୀକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଅଗଷ୍ଟ ୨୦୨୪ରେ ଆୱାମୀ ଲିଗ୍ ନେତୃତ୍ବାଧୀନ ସରକାର ପତନ ପରେ ହସିନା ସରକାର ବିରୋଧୀ ଆନ୍ଦୋଳନ ମଧ୍ୟରେ ଭାରତ ପଳାଇ ଆସିଥିଲେ, ଜୁଲାଇ ଓ ଅଗଷ୍ଟ ମାସରେ ହୋଇଥିବା ଆନ୍ଦୋଳନ ସମୟରେ ଗଣହତ୍ୟା ଓ ମାନବିକତା ବିରୋଧୀ ଅପରାଧ ଅଭିଯୋଗ ତାଙ୍କ ବିରୋଧରେ ଆଇନଗତ ତଦନ୍ତକୁ ଜୋରଦାର କରିଥିଲା ବାଂଲାଦେଶର ଅନ୍ତରୀଣ ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking