33.1 C
Bhubaneswar
Tuesday, July 15, 2025
Homeକରୋନାମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଙ୍କୁ କରୋନା

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଙ୍କୁ କରୋନା

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ନିଜେ ଟୁଇଟରରେ ସୂଚନା ଦେଇଛନ୍ତି। ଏଥିସହ ସେ ନିଜ ସହୋଯଗୀ ମାନଙ୍କୁ ମଧ୍ୟ ଟେଷ୍ଟ୍ କରିବାକୁ କହିଲେ।

ସେ କହିଛନ୍ତି,ମୋର ପ୍ରିୟ ରାଜ୍ୟବାସୀ, ମୋ ଶରୀରରେ କୋଭିଡ-୧୯ର ଲକ୍ଷଣ ଦେଖାଯାଉଥିଲା। ଏବେ ମୁଁ ସ୍ବାବ ନମୁନା ପରୀକ୍ଷା କରାଇବା ପରେ ରିପୋର୍ଟ ପଜିଟିଭ୍ ଆସିଛି। ମୁଁ ମୋର ସବୁ ସାଥୀମାନଙ୍କୁ ଅନୁରୋଧ କରୁଛି କି, ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କୋଭିଡ ପରୀକ୍ଷା କରାଇ ନିଅନ୍ତୁ ଏବଂ ନିଜକୁ ସଙ୍ଗରୋଧରେ ରଖନ୍ତୁ ବୋଲି ଲେଖି ଟୁଇଟ୍ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking