18.1 C
Bhubaneswar
Thursday, February 12, 2026
Homeଓଡିଶାଆସନ୍ତାକାଲିଠୁ ଖୋଲିବ ଶିମିଳିପାଳ

ଆସନ୍ତାକାଲିଠୁ ଖୋଲିବ ଶିମିଳିପାଳ

ମୟୂରଭଞ୍ଜ : କେବଳ ଦେଶ ନୁହେଁ, ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ଓଡିଶାକୁ ଏକ ସ୍ବତନ୍ତ୍ର ପରିଚୟ ଦେଇଥିବା ମୟୂରଭଞ୍ଜ ଜିଲ୍ଲାର ‘ଶିମିଳିପାଳ ଜାତୀୟ ଉଦ୍ୟାନ’ ହେଉଛି ଏସିଆ ମହାଦେଶର ଦ୍ବିତୀୟ ସର୍ବବୃହତ ଜୈବମଣ୍ଡଳ । ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ବିବିଧତାର ଗନ୍ତାଘର ଶିମିଳିପାଳ ଜାତୀୟ ଉଦ୍ୟାନ ହେଉଛି ବିଶ୍ବବ୍ୟାପୀ ପ୍ରକୃତିପ୍ରେମୀଙ୍କ ଭୂସ୍ବର୍ଗ । କିଛି ଦିନ ବନ୍ଦ ରହିବା ପରେ ଆସନ୍ତକାଲି (ଅକ୍ଟୋବର ୧୦ ତାରିଖ) ପର୍ଯ୍ୟଟକଙ୍କ ପାଇଁ ଏହି ଜାତୀୟ ପୁଣି ଥରେ ଖୋଲିବାକୁ ଯାଉଛି । ଏନେଇ ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ପ୍ରତିବର୍ଷ ନଭେମ୍ବର ୧ ତାରିଖ ଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ।
କିନ୍ତୁ ଏଥର ୨୦ଦିନ ପୂର୍ବରୁ ଅର୍ଥାତ୍ ଚଳିତ ଅକ୍ଟୋବର ୧୦ ତାରିଖ (ଗୁରୁବାର)ଠାରୁ ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥର ପର୍ଯ୍ୟଟକମାନେ ଦୁର୍ଗାପୂଜାରେ ଶିମିଳିପାଳ ଭ୍ରମଣ ସହିତ ରାତ୍ରିଯାପନର ସୁବିଧା ପାଇପାରିବେ। ଜୁନ ୧୨ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା। ବିଭାଗ ପକ୍ଷରୁ ଜାରି ନିୟମାବଳୀ ଅନୁଯାୟୀ, ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking