27.8 C
Bhubaneswar
Friday, April 19, 2024
Homeଓଡିଶାକଦମପଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୨ତମ ବାର୍ଷିକୋତ୍ସବ

କଦମପଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୨ତମ ବାର୍ଷିକୋତ୍ସବ

 
ବଲାଙ୍ଗିର,(ଦେବାଶିଷ ମିଶ୍ର)- ସ୍ଥାନୀୟ କଦମପଡା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରର ୩୨ତମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡଃ. ମୁକେଶ ମହାଲିଙ୍ଗ, ମୁଖ୍ୟ ବକ୍ତା ଭାବେ ଅଧ୍ୟକ୍ଷ, ବିଦ୍ୟା ଭାରତୀ ପୂର୍ବ କ୍ଷେତ୍ର ଡଃ. ବାଞ୍ଛାନିଧି ପଣ୍ଡା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଆଲୋକ ଭୋଇ ଅତିଥି ପରିଚୟ ପ୍ରଦାନ ଓ ସ୍ୱାଗତ ଭାଷଣ ଦେଇଥିଲେ । ସମ୍ପାଦକ ସୁରେନ୍ଦ୍ର ତ୍ରିପାଠୀ ବାର୍ଷିକ ବିବରଣୀ ପଠନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ବାର୍ଷିକ ମୁଖପତ୍ର “ପ୍ରଜ୍ଞା” ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ପୂର୍ବରୁ ଆୟୋଜତ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଗତ ବର୍ଷର ମ୍ୟାଟ୍ରିକ ପରୀକ୍ଷାରେ ଏ୧ ସ୍ତରରେ ଥିବା ସମସ୍ତ ଛାତ୍ରଛାତ୍ରୀ, ବିଦ୍ୟାଳୟର ଶତ ପ୍ରତିଶତ ଉପସ୍ଥାନରେ ୧୧ ଜଣ ଛାତ୍ରଛାତ୍ରୀ ସମ୍ମାନିତ କରାଯାଇଥିଲା । ଦିଲିପ ସିଂଦେଓ ଓ ଟଙ୍କଧର ମିଶ୍ରଙ୍କ ନିର୍ଦ୍ଦେଶନାରେ ସ୍ୱାଗତ ସଙ୍ଗୀତ, ଓଡିଶୀ ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ ହୋଇଥିଲା । ଶେଷରେ ଧନ୍ୟବାଦ ଦେଇଥିଲେ ଅଧ୍ୟାପିକା ମମତା ଭୋଇ । କାର୍ଯ୍ୟକ୍ରମରେ ସମସ୍ତ ଗୁରୁଜୀ, ଗୁରୁମା ତଥା ସେବକ ସେବିକା ସହଯୋଗ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking