24.1 C
Bhubaneswar
Saturday, March 21, 2026
Homeଓଡିଶାଏସଆଇ ପରୀକ୍ଷା ଜାଲିଆତି: ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ତଦନ୍ତ ଦାୟିତ୍ବ

ଏସଆଇ ପରୀକ୍ଷା ଜାଲିଆତି: ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ତଦନ୍ତ ଦାୟିତ୍ବ

ଭୁବନେଶ୍ବର: ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷାର ତଦନ୍ତ ଦାୟିତ୍ବ। ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ସେ ତଦନ୍ତ କରିବେ। ସୁପରଭାଇଜିଂ ଅଫିସର ଭାବେ ରହିବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆ।  ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବା ବେଳେ ରୢାକେଟ୍‌ ପଛର ମାଷ୍ଟରମାଇଣ୍ଡ ଏବେ ବି ଫେରାର ଅଛନ୍ତି।  କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସିଲିକନ୍‌ ଟେକ୍‌ ଲ୍ୟାବ୍‌ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ ମାରାଥନ ଜେରା କରି ଅନେକ ତଥ୍ୟ ହାତେଇଛି। ସେହିପରି ଭୁବନେଶ୍ବର ଓ ବ୍ରହ୍ମପୁରସ୍ଥିତ ପଞ୍ଚସଫ୍‌ଟ ଏବଂ ଅନ୍ୟ ୩ଟି ଅଫିସରେ ଚଢ଼ଉ କରି ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିବା ସହ ଅଫିସ୍‌କୁ ସିଲ୍‌ କରିଛି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ପୁଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା। ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍‌ ଟେକ୍‌ଲାବ୍ ପ୍ରାଇଭେଟ୍ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରିଥିଲା। ସିଲିକନ୍‌ ଏହାକୁ ସବ୍‌ଲେଟ୍‌ରେ ବ୍ରହ୍ମପୁରର ପଞ୍ଚସଫ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ଦେଇଥିଲା। ପଞ୍ଚସଫ୍ଟକୁ ଦାୟିତ୍ବ ମିଳିବା ପରେ ସଂସ୍ଥାର ନିର୍ଦେଶକ ଶଙ୍କର ପୃଷ୍ଟି ଘୋଟାଲା ପାଇଁ ଯୋଜନା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking