25.1 C
Bhubaneswar
Tuesday, February 3, 2026
Homeଓଡିଶାଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌ ପୁଣି ଥରେ ସାମ୍ନାକୁ ଆସିଛି। ଏହି ମାମଲାରେ ସିବିଆଇ ବିହାରରୁ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣକ ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ସହଯୋଗୀ ବୋଲି ଜଣାପଡ଼ିଛି। ଗିରଫ କରାଯିବା ପରେ ଅଭିଯୁକ୍ତକୁ ଟ୍ରାନଜିଟ୍‌ ରିମାଣ୍ଡରେ ଅଣାଯାଉଛି।

ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତ ଦୁର୍ନୀତି ମାମଲାରେ ପ୍ରଥମେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲା। କିନ୍ତୁ ମାମଲାରେ ଅନ୍ତଃରାଜ୍ୟ ଲିଙ୍କ ସାମ୍ନାକୁ ଆସିବା ପରେ ତଦନ୍ତ ଦାୟିତ୍ଵ ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବାର ସନ୍ଦେହ କରାଯାଉଛି। ଏଥିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବାର ସନ୍ଦେହ ରହିଛି। ତେଣୁ ଏହାର ଉପଯୁକ୍ତ ବିସ୍ତୃତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking