ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତ୍ରୀ ଏବଂ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ । ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ସୂଚନା ଅନୁସାରେ, ଗତ କିଛି ବର୍ଷ ଧରି ସ୍ୱାସ୍ଥ୍ୟ ସମସ୍ୟା ସହିତ ସଂଘର୍ଷ କରୁଛନ୍ତି । ଏଥିପାଇଁ ସେ ନିୟମିତ ଯାଞ୍ଚ ଏବଂ ଚିକିତ୍ସା ପାଇଁ ସମୟ ସମୟରେ ହସ୍ପିଟାଲକୁ ଯାଇଥାନ୍ତି । ସମ୍ପ୍ରତି ସେ କାଶରେ ପୀଡିତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଦିଲ୍ଲୀରେ ବଢୁଥିବା ପ୍ରଦୂଷଣ ଯୋଗୁଁ ଏହି ସମସ୍ୟା ଅଧିକ ବଢିଯାଇଥିବାରୁ ଆଜି ମେଡିକାଲରେ ପୁଣି ଭର୍ତ୍ତି ହୋଇଛନ୍ତି । ସୂତ୍ର ଅନୁଯାୟୀ, ଛାତି ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି । ତେବେ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କଂଗ୍ରେସ ଦଳ କିମ୍ବା ହସ୍ପିଟାଲ ପକ୍ଷରୁ କୌଣସି ସୂଚନା ମିଳିପାରିନାହିଁ ।









