31.1 C
Bhubaneswar
Tuesday, April 23, 2024
Homeଓଡିଶାସଂକ୍ରମଣ କମିବାର ସଂକେତ ମିଳିଛି: ଏସଆରସି

ସଂକ୍ରମଣ କମିବାର ସଂକେତ ମିଳିଛି: ଏସଆରସି

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନା ସୂଚନା ପ୍ରଦାନ କରି କହିଛନ୍ତି, କିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ୧୦ ହଜାର ତଳେ ରହୁଛି । କମିବାର ସଂକେତ ମିଳିଛି । ଆଶା କରୁଛୁ ପରିସ୍ଥିତିରେ ଉନ୍ନତି ଆସିବ । ଲୋକେ କଟକଣା ମାନିଲେ ତୃତୀୟ ଲହର କମ ଦିନରେ ସରିଯିବ । ଆମେ ସଜାଗ ରହିଲେ ଏବେକା ସ୍ଥିତିରୁ ଭଲ ପରିସ୍ଥିତିକୁ ଆସିଯିବା ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ଆଜି ୭୪୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୦୬ ଓ ସ୍ଥାନୀୟ ଅଞ୍ଚଳରୁ ୩୧୨୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୬୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୪୨ ହଜାର ୧୬୧ ରହିଥିବା ବେଳେ ୭୪ ହଜାର ୫୧୨ ଜଣ ଚିକିତ୍ସିତ ହେଉଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ କନ୍ଧମାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking