ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳସ୍ଥିତ ସ୍ୱୟଂଶାସିତ କଲେଜର ନିର୍ବାଚନକୁ ବାତିଲ କରାଯାଇଛି। ଛାତ୍ରଛାତ୍ରୀ, କର୍ମଚାରୀ ଓ ଅନୁଷ୍ଠାନର ସୁରକ୍ଷାକୁ ଦୃଷ୍ଟିରେ ରଖି କଲେଜ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି। ଏଥିସହ ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ କଲେଜକୁ ସାଇନ୍ ଡାଏ ଘୋଷଣା କରାଯାଇଛି।ଏହି ନିଷ୍ପତ୍ତି ପରେ କଲେଜ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଆଜି ଅପରାହ୍ନ ୫ଟା ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କଲେଜ ପରିସରରେ ସୁରକ୍ଷା ଓ ଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।










