ଭୁବନେଶ୍ୱର: ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । କୋମାରେ ଅଛନ୍ତି ଅଭିଜିତ । ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର କୋମାରେ । ଘରୋଇ ଡାକ୍ତରଖାନାରେ କୋମାରେ ଥିଲେ ଅଭିଜିତ । ଏମ୍ସରେ ଭର୍ତ୍ତି କରିବା ପୂର୍ବରୁ କୋମାରେ ଅଛନ୍ତି ଅଭିଜିତ । ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଗଲା ସୂଚନା ।
ତେବେ ଆଜି କଟକରୁ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ଅଭିଜିତ ମଜୁମଦାର । ସ୍ବାସ୍ଥ୍ଯାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ଆଜି ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର କରି ଭର୍ତ୍ତି କରାଯାଇଛି ।ସୂଚନା ଅନୁସାରେ କୋମାରେ ଅଛନ୍ତି ଅଭିଜିତ ମଜୁମଦାର । ସଙ୍ଗୀତ ଜଗତରେ ଅଭିଜିତ ଜଣେ ଦକ୍ଷ ଏବଂ ସୁପରିଚିତ ନାଁ ।










