13.1 C
Bhubaneswar
Saturday, January 17, 2026
Homeଓଡିଶାପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ

ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ

ପୁରୀ: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଆସି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହିତ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ବିଷଦ ଆଲୋଚନା କରିଥିଲେ। ବୈଠକରେ ପୌର ପ୍ରଶାସନ ଶ୍ରଦ୍ଧାଳୁ ଓ ଜନସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟକରି ସହରର ପରିମଳ, ବର୍ଜ୍ୟବସ୍ତୁ ପରିଚାଳନା, ଆଲୋକୀକରଣ ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ଆହୁରି ଅଧିକ ବ୍ୟବସ୍ଥିତ ଓ ପରିମାର୍ଜିତ କରାଯିବାର ଆବଶ୍ୟକତା ରହିଛି ବୋଲି କମିଶନଙ୍କୁ ଅବଗତ କରିଥିଲେ।

ଅର୍ଥ କମିଶନ ପୁରୀର ସମୃଦ୍ଧ ଐତିହ୍ୟକୁ ସଂରକ୍ଷିତ ରଖାଯାଇ ସାମଗ୍ରିକ ସହରାଞ୍ଚଳ ବିକାଶ ସୁନିଶ୍ଚିତ କରିବା ପାଇଁ ସମୁଚିତ ସମ୍ବଳ ବଣ୍ଟନ ଉପରେ ଗୁରୁତ୍ୱାରୋପ କରିଥିଲେ। ଅପରାହ୍ନରେ ଅର୍ଥ କମିଶନର ସଦସ୍ୟମାନେ ବ୍ଲୁ ଫ୍ଲାଗ୍ ବେଳାଭୂମି ପରିଦର୍ଶନ କରିଥିଲେ। ସନ୍ଧ୍ୟାରେ ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳ ଘୋଷିତ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ଏହାର ଇତିହାସ ସମ୍ବନ୍ଧରେ ଶୁଣି ଓ କାରୁକାର୍ଯ୍ୟ ଦେଖି ଅଭିଭୂତ ହୋଇଥିଲେ। ଓଡିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୌର ପ୍ରଶାସକ ତଥା ନଗର ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ଅରିନ୍ଦମ ଡାକୁଆ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ପୁରୀ ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, କମିଶନର ସଦସ୍ୟ ଆନି ଜର୍ଜ ମାଥ୍ୟୁ, ଅଜୟ ନାରାୟଣ ଝା, ଡ଼ଃ ମନୋଜ ପଣ୍ଡା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ପ୍ରମୁଖ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking