29.1 C
Bhubaneswar
Saturday, August 15, 2026
Homeଓଡିଶାଆଜିଠାରୁ ରାଜ୍ୟରେ ସାମାନ୍ୟ କମିବ ବର୍ଷା!

ଆଜିଠାରୁ ରାଜ୍ୟରେ ସାମାନ୍ୟ କମିବ ବର୍ଷା!

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ସାମାନ୍ୟ କମିବ ବର୍ଷା। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଅବପାତ ଏବେ ଛତିଶଗଡ଼ ମୁହାଁ ହୋଇଛି। ଏହା ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ ୧୫ ତାରିଖ ଅପରାହ୍ଣଠାରୁ ସାରା ଓଡ଼ିଶାର ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଅର୍ଥାତ୍ ବର୍ଷା କମିପାରେ। ତେବେ ୧୫ରୁ ୧୭ ତାରିଖ ପର୍ୟ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking