35.1 C
Bhubaneswar
Wednesday, May 8, 2024
Homeଓଡିଶାସନ୍ଧ୍ୟା ୬ରୁ ସ୍ଲଟ ବୁକିଂ

ସନ୍ଧ୍ୟା ୬ରୁ ସ୍ଲଟ ବୁକିଂ

ଭୁବନେଶ୍ୱର: ବିଏମସି ଅଂଚଳରେ ଟିକା ନେବାକୁ ଆଜି ସନ୍ଧ୍ୟା ୬ଟାରୁ ସ୍ଲଟ ବୁକିଂ ଆରମ୍ଭ ହୋଇଛି । ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତି ୨ୟ ଡୋଜ୍ ଟିକା ପାଇଁ ସ୍ଲଟ ବୁକ୍ କରିପାରିବେ ।

ସୂଚନାଯୋଗ୍ୟ , ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ ମଧ୍ୟ କରୋନା ଉପରେ ସାମାନ୍ୟ ପ୍ରଭାବ ପକାଇ ପାରୁନାହିଁ । ଏହା ମଧ୍ୟରେ ଆଜି ପୁଣି ୮୭୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୮୯୨ ଓ ସ୍ଥାନୀୟ ଅଞ୍ଚଳରୁ ୩୮୪୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୮୦ ହଜାର ୯୩୨ ରହିଥିବା ବେଳେ ୮୯ ହଜାର ୯୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking