33.1 C
Bhubaneswar
Friday, April 26, 2024
Homeଓଡିଶାବେସାହାରାଙ୍କୁ ସାହା ହେଲା ସୋଆ, ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ

ବେସାହାରାଙ୍କୁ ସାହା ହେଲା ସୋଆ, ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ

ଭୁବନେଶ୍ୱର : କରୋନା ମହାମାରୀରେ କବଳିତ ବିଭିନ୍ନ ବସ୍ତିର ଗରିବ ବେସାହାରା ଲୋକଙ୍କୁ ସହଯୋଗ ଓ ସହାୟତା ଯୋଗାଇଛି ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ।
ଲକଡାଉନ ଯୋଗୁଁ ବସ୍ତିରେ ରହୁଥିବା ଗରିବ, ଦିନ ମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି ।
ଏଭଳି ଅସମୟରେ ସେମାନଙ୍କୁ ସହାୟତା କରିବାକୁ ଆଗେଇ ଆସିଛି ସୋଆର ଜାଗୋ ଏବଂ ଏନଏସଏସ ଶାଖା । ସ୍ବେଚ୍ଛାସେବୀ ମାନେ ବିଭିନ୍ନ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରିଛନ୍ତି । ଖଣ୍ଡଗିରି ଓ ଘଟିକିଆ ଅଂଚଳ ଅନ୍ତର୍ଗତ ୱାର୍ଡ ନମ୍ବର 22 ର ହନୁମନ୍ତ ପ୍ରସାଦ ଓ ମା ତାରିଣୀ ବସ୍ତି, ୱାର୍ଡ ନମ୍ବର 23 ର ଚାଳସାହି, ଉଦୟଗିରି ବସଷ୍ଟାଣ୍ଡ, ଶାରଦାପଲି ବସ୍ତି, ଦୁର୍ଗାମାଧବ ବସ୍ତି ଓ ଶଙ୍କରେଶ୍ୱର ବସ୍ତି ଏବଂ ୱାର୍ଡ ନମ୍ବର 49 ର ଫୁଲେଶ୍ଵରୀ ଓ ଆଇଗିଣିଆ ବସ୍ତିରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି ।
 ସୋଆ ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବରିଷ୍ଠ ଅଧିକାରୀ ଶ୍ରୀ ସୁଧାଂଶୁ ପଟ୍ଟନାୟକ ଓ ଏନଏସଏସ କୋଅରଡିନେଟର ଡକ୍ଟର ନଚିକେତା ଶର୍ମା ପ୍ରମୁଖ ଏହି ବଣ୍ଟନ କାର୍ଯ୍ୟ ପରିଚାଳନା କରିଥିଲେ । ଏହି ବଣ୍ଟନ କାର୍ଯ୍ୟରେ  22 ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ହରେକୃଷ୍ଣ ନାୟକ, 23 ନମ୍ବର ୱାର୍ଡର କର୍ପୋରେଟର ଶ୍ରୀ ଦିଲୀପ ମାଝୀ ଓ 49 ନମ୍ବର ୱାର୍ଡର  କର୍ପୋରେଟର ଶ୍ରୀ ଅଶ୍ୱିନୀ ସୁନ୍ଦରରାଏ  ପ୍ରମୁଖ ସହଯୋଗ କରିଥିଲେ ।
5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking