24.1 C
Bhubaneswar
Tuesday, February 10, 2026
Homeଓଡିଶାସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଃ ମୁକେଶ ମହାଲିଙ୍ଗ। ଏହି ଅବସରରେ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ଫର୍ମାସୀ ବିଭାଗର କର୍ମଚାରୀ ଏବଂ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ଆଇଏମ୍ ଏସ ଆଣ୍ଡ ସମ୍ ହସ୍ପିଟାଲ ଫାର୍ମାସୀ କର୍ମଚାରୀ ଓ ଛାତ୍ରାଛାତ୍ରୀଙ୍କ ସହ କିଛି ସମୟ ବିତାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସେମାନଙ୍କ ସହ ସ୍ୱାସ୍ଥ୍ୟସେବା ସମ୍ପର୍କିତ ଆଲୋଚନା କରିବାବେଳେ ଫାର୍ମାସୀ ଟେଷ୍ଟିଙ୍ଗ ବିଷୟରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ଏହି ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟାରୀ ସେଣ୍ଟର ସେମାନଙ୍କୁ ଅନେକ ସାହାଯ୍ୟ କରିବ ବୋଲି ମଧ୍ଯ କହିବା ସହ ସମ୍ ଫାର୍ମାସୀ କର୍ମଚାରୀ ଓ ଛାତ୍ରାଛାତ୍ରୀଙ୍କ ସହ ବେଶ୍ ଆନନ୍ଦିତ ଭାବେ ଫଟୋ ଉଠାଇଥିଲେ ମୁଖ୍ଯମନ୍ତ୍ରୀ ଶ୍ରୀ ମାଝୀ |

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking