22.1 C
Bhubaneswar
Friday, February 6, 2026
Homeଓଡିଶାସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ ୯ରୁ ୫-ଦିନିଆ “ପଖାଳ ଉତ୍ସବ” ଆରମ୍ଭ

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ ୯ରୁ ୫-ଦିନିଆ “ପଖାଳ ଉତ୍ସବ” ଆରମ୍ଭ

ଭୁବନେଶ୍ୱର: ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ଓଡ଼ିଶାରେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି। ପ୍ରତ୍ୟେକ ଓଡ଼ିଆଙ୍କର ଏହି ପସନ୍ଦର ଖାଦ୍ୟର ଅଧିକ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍ ) ପକ୍ଷରୁ ଅନ୍ୟ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏପ୍ରିଲ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି ।

ପାଂଚ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯିବାର ବ୍ୟବସ୍ଥା କରାଯାଇଛି। ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ପଖାଳ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ସୂଚନା ଦେଇଛନ୍ତି। ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି। ପଖାଳ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରିୟ ଖାଦ୍ୟ ହୋଇଥିବା ବେଳେ ଏହା ଶ୍ରୀମନ୍ଦିରରେ ଭୋଗ ଲାଗିଥାଏ। ନେପାଳ, ବାଂଲାଦେଶ ଓ ମିଆଁମାର ଭଳି ଦେଶଗୁଡ଼ିକରେ ମଧ୍ୟ ଲୋକମାନେ ପଖାଳ ଖାଇବାକୁ ପସନ୍ଦ କରିଥାନ୍ତି।

ଅତିଥିମାନଙ୍କୁ ଏସ୍‌ଏଚ୍‌ଏମ୍‌ରେ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ। ଏହି ଉତ୍ସବକୁ ଏସ୍‌ଏଚ୍‌ଏମ୍‌ର ଛାତ୍ରଛାତ୍ରୀ ମାନେ ହିଁ ସଂଚାଳନ କରିବେ। ଏହି ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ରହିଛି। ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି – ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ମାଛ ଭଜା, ମାଛ କାଲିଆ, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ, ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ଇତ୍ୟାଦି ପରିବେଷଣ କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking