30.1 C
Bhubaneswar
Friday, May 3, 2024
Homeଓଡିଶାସୋଆ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ ଗହ୍ୱର କର୍କଟ ପରୀକ୍ଷା ସପ୍ତାହ ପାଳନ

ସୋଆ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ ଗହ୍ୱର କର୍କଟ ପରୀକ୍ଷା ସପ୍ତାହ ପାଳନ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌
ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏବଂ ସ୍କୁଲ୍ ଅଫ୍‌
ଫାର୍ମସ୍ୟୁଟିକାଲ୍ ସାଇନ୍‌ସେସ୍ ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ମୁଖ ଗହ୍ୱର କର୍କଟ ପରୀକ୍ଷା ସପ୍ତାହ ପାଳନ
କରାଯାଇଛି ।
ଭୁବନେଶ୍ୱର ଉପକଣ୍ଠ ଦଶପୁର ଗ୍ରାମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ସୋଆ ଏନ୍‌ଏସ୍‌ଏସ୍‌
ସ୍ୱେଚ୍ଛାସେବୀ ମାନେ ଯୋଗ ଦେଇ ସୂଚାରୁରୂପେ କାର୍ଯ୍ୟ ସମ୍ପାଦନ କରିଥିଲେ । ସମସ୍ତଙ୍କ ନିମନ୍ତେ ଏକ ସୁନ୍ଦର
ଏବଂ ସୁସ୍ଥ ବିଶ୍ୱ ଗଠନ ଭଳି ଉକ୍ତି ଏହି କାର୍ଯ୍ୟକ୍ରମର ମୂଳ ମବ ଥିଲା । ଏହି ଅବସରରେ କ୍ୟାନ୍ସର ପରୀକ୍ଷା ସହ
ସଚେତନତା ନେଇ ମଧ୍ୟ ଆହ୍ୱାନ ଦିଆଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ପକ୍ଷରୁ ଡାକ୍ତର ସୌର୍ଯ୍ୟ ରଞ୍ଜନ ଦାସ, ଏସ୍‌ପିଏସ୍ ପକ୍ଷରୁ ଡ. ଶୋଭନ୍‌
ପଟନାୟକ ଏବଂ ଆଇଡିଏସ୍ ର କମ୍ୟୁନିଟି ବିଭାଗର ପିଜି ଛାତ୍ରଛାତ୍ରୀ, ଡ. ଶର୍ମିଷ୍ଠା ମହାନ୍ତି, ଡ. ଶୈଳଜା ପଣ୍ଡା,
ଡ. ମର୍ଲିନ୍ ଜେନା ଏବଂ ଡ. ଉପାସନା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।
ସୂଚନାଯୋଗ୍ୟ ଯେ ଆଇଡିଏସ୍ ପକ୍ଷରୁ ଗତ ୫ ତାରିଖ ରୁ ୧୦ ତାରିଖ ପର୍ଯ୍ୟନ୍ତ ୬ ଦିନ ମାଗଣା ମୁଖ ଗହ୍ୱର
କର୍କଟ ପରୀକ୍ଷା ସପ୍ତାହ ପାଳନ କରାଯାଉଥିବା ବେଳେ ଅଧିକ ସଂଖ୍ୟକ ଜନସାଧାରଣ ଏହି ମାଗଣା ପରୀକ୍ଷାର
ସୁଯୋଗ ଉଠାନ୍ତୁ ବୋଲି ଅନୁରୋଧ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking