ଯାଜପୁର: ବୋଲେରୋ ଧକ୍କାରେ ପୁଅର ମୃତ୍ୟୁ ହୋଇଥିବା ବେଳେ ମାଆ ଗୁରୁତର ରହିଛି । ଯାଜପୁର ସଦର ଥାନା କେତକିଆ ନିକଟରେ ଦୁର୍ଘଟଣା ଘଟିଛି । ଗୁରୁତର ମାଆ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଏନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।