ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ତେବେ ଅର୍ଥମନ୍ତ୍ରୀ ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା କରିଛନ୍ତି । ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ । ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ । ସେହିପରି ଆନ୍ଧ୍ରପ୍ରଦେଶ ପାଇଁ ମଧ୍ୟ ଅର୍ଥମନ୍ତ୍ରୀ ବିଶେଷ ଘୋଷଣା କରିଛନ୍ତି । ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ । ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।