28.1 C
Bhubaneswar
Friday, April 24, 2026
Homeଓଡିଶା୩୦ରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ

୩୦ରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ମାତ୍ର ଦିନକ ପାଇଁ ଏହି ସ୍ୱତନ୍ତ୍ର ଅଧିବେଶନ ବସିବ। ତେବେ ଏହି ଅଧିବେଶନରେ ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପ୍ରକାଶ ଯେ ନିକଟରେ ଓଡ଼ିଶା ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସୀମା ପୁନଃନିର୍ଦ୍ଧାରଣ ପ୍ରସଙ୍ଗ ଉଠାଇ ୪୮ ଘଣ୍ଟା ମଧ୍ୟରେ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୋହନଙ୍କୁ ଚିଠି ଲେଖିଥିଲେ ନବୀନ । କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ଡିଲିମିଟେସନରେ ଓଡ଼ିଶାର ଆସନ ସଂଖ୍ୟା ୨୧ରୁ ୨୯କୁ ବୃଦ୍ଧି ହେଲେ ବି ପ୍ରତିନିଧିତ୍ୱ ୩.୪%କୁ କମିବ ବୋଲି ଆଶଙ୍କା କରିଥିଲେ ନବୀନ। ତେଣୁ ଓଡ଼ିଶାର ସାମାନ୍ୟତମ ରାଜନୈତିକ ଅଧିକାର କ୍ଷୂର୍ଣ୍ଣ ହେବାକୁ ଦିଆନଯାଉ ବୋଲି ନବୀନ ଦାବି କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking