38.1 C
Bhubaneswar
Friday, April 26, 2024
Homeଓଡିଶାକଟକ, ଭଦ୍ରକରେ ରହିବନି ସ୍ପେଶାଲ ଟ୍ରେନ

କଟକ, ଭଦ୍ରକରେ ରହିବନି ସ୍ପେଶାଲ ଟ୍ରେନ

ଭୁବନେଶ୍ୱର: ଜୁଲଇ ପହିଲାରୁ ଭୁବନେଶ୍ୱର-ଦିଲ୍ଲୀ ସ୍ୱତନ୍ତ୍ର ଟ୍ରେନ ରହଣି ସୀମିତ ହୋଇଛି । ଏବେ କଟକ, ଭଦ୍ରକ ଷ୍ଟେସନରେ ଭୁବନେଶ୍ୱର-ଦିଲ୍ଲୀ ସ୍ୱତନ୍ତ୍ର ଟ୍ରେନ ରହିବନି । କଟକ ଓ ଭଦ୍ରକ ଷ୍ଟେସନରେ ଯାତ୍ରୀ ବାଲେଶ୍ୱରରୁ ଉଠିପାରିବେ । ଯେଉଁମାନେ ନଯିବେ ଟଙ୍କା ଫେରସ୍ତ ନେଇପାରିବେ ବୋଲି ପୂର୍ବତଟ ରେଳ ବିଭାଗ ସୂଚନା ପ୍ରଦାନ କରିଛି ।
ସୂଚନା ଯୋଗ୍ୟ ଯେ, ରେକର୍ଡ ଭାଙ୍ଗିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ୫୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୫୬୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ହୋଇଥିବାବେଳେ ଅନ୍ୟ ୧୩୬ଜଣ ଆକ୍ରାନ୍ତ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି ।
ଆଜି ୧୯ଟି ଜିଲ୍ଲାରୁ ୫୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସର୍ବାଧିକ ଗଞ୍ଜାମରୁ ୨୮୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୮୧, ରାୟଗଡ଼ାରୁ ୭୬, ଖୋର୍ଦ୍ଧାରୁ ୨୬, ବରଗଡ଼ରୁ ୨୧, ବଲାଙ୍ଗୀରୁ ୧୯, ମୟୁରଭଞ୍ଜରୁ ୧୦, ସମ୍ବଲପୁର ୮, କେନ୍ଦୁଝର ଓ ଜଗତସିଂହପୁରରୁ ୬ଜଣ । କଳାହାଣ୍ଡି ୫, ଢ଼େଙ୍କାନାଳ, ଯାଜପୁର ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ଜଣ । କୋରାପୁଟରୁ ୪, ଭଦ୍ରକ, ଓ ପୁରୀରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଜଣେ ଏନ୍‌ଡିଆର୍‌ଏଫ୍ ଯବାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୮,୧୦୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟ ୫୫୦୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୨୫୬୭ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking