32.1 C
Bhubaneswar
Tuesday, April 23, 2024
Homeବ୍ରେକୀଙ୍ଗକ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର : ସାରା ରାଜ୍ୟରେ ହୁ ହୁ ହୋଇ କରୋନା ମହାମାରୀ ମାଡିଚାଲିଛି । ମନ୍ତ୍ରୀଠାରୁ ଆରମ୍ଭ କରି ବିଧାୟକ ପର୍ଯ୍ୟନ୍ତ ସମସ୍ତେ ଏହାର ଶିକାର ହେବାରେ ଲାଗିଛନ୍ତି । ଏହାରି ମଧ୍ୟରେ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନାରେ ସଂକ୍ରମିତ ହୋଇଛନ୍ତି । ଡାକ୍ତରଙ୍କ ପରାମର୍ଶରେ ଏବେ ମନ୍ତ୍ରୀ ହୋମ୍ ଆଇସୋଲେସନରେ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ ପାଇଁ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ।
ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ରାଜ୍ୟର ୩୦ ଜିଲ୍ଲାରୁ ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୨ସଙ୍ଗରୋଧ କେନ୍ଦ୍ରରୁ ଓ ୧୭୪୬ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୦୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking