28.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗ୧୨ରୁ ଚାଲିବ ଶ୍ରମିକ ସ୍ପେଶାଲ ଟ୍ରେନ

୧୨ରୁ ଚାଲିବ ଶ୍ରମିକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଚାଲିବ ବୋଲି ସୂଚନା ମିଳିଛି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧୀଧାମ, ପୁରୀ-ଓଖା ରୁଟରେ ଟ୍ରେନ ଚାଲିବ । ଗତକାଲି ଶ୍ରମିକ ଟ୍ରେନ ଚାଲୁ କରିବା ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର । ପ୍ରବାସୀ ଓଡ଼ିଆ ଜୀବନଜୀବିକା ପାଇଁ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ଚିଠି ଲେଖିଥିଲେ ଧର୍ମେର୍ନ୍ଦ୍ର । ଗୁଜୁରାଟ, କର୍ଣ୍ଣାଟକ, ମହାରାଷ୍ଟ୍ରକୁ ଟ୍ରେନ ଚଳାଚଳ କରିବାକୁ ଅନୁରୋଧ ସେ ଅନୁରୋଧ କରିଥିଲେ । ମୌସୁମୀ ପରିସ୍ଥିତି ଓ ସଡ଼କ ପଥରେ ଦୂରବାଟ ଯାତ୍ରା କରିବା ନିରାପଦ ନୁହେଁ ବୋଲି ସେ ଚିଠିରେ ଉଲ୍ଲେଖ କରିଥିଲେ ।

ଦେଶବ୍ୟାପୀ କୋଭିଡ୍ -୧୯ ତଥା ଲକ୍ ଡାଉନ ସମୟରେ ଗୁଜୁରାଟ, କର୍ଣ୍ଣାଟକ, ମହାରାଷ୍ଟ୍ର ଭଳି ରାଜ୍ୟରୁ ପ୍ରବାସୀମାନେ ଓଡିଶାକୁ ପ୍ରତ୍ୟାବର୍ତନ କରିଥିଲେ ଏବଂ ରେଳ ମନ୍ତ୍ରଣାଳୟର ସହଯୋଗ ଓ ଉଦ୍ୟମ କାରଣରୁ ଦେଶର କୋଣ ଅନୁକୋଣରୁ ହଜାର ହଜାର ‘ଶ୍ରମିକ ସ୍ପେଶାଲ୍ ଟ୍ରେନ୍‌’ ମାଧ୍ୟମରେ ଘରକୁ ଫେରିପାରିଥିଲେ । ଏହି ଉଦ୍ୟମକୁ ସର୍ବତ୍ର ପ୍ରଶଂସା କରାଯାଇଥିଲା ।ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଦେଶସାରା ଲକ୍ ଡାଉନକୁ ପ୍ରତ୍ୟାହାର କରାଯାଉଥିବା ବେଳେ ଏବେ ଆମେ ସମସ୍ତେ ସ୍ୱଭାବିକ ସ୍ଥିତିକୁ ଫେରୁଛୁ । ଏହି ସମୟରେ ବାହାରେ କାମ କରୁଥିବା ଲୋକମାନଙ୍କ ପାଇଁ ପୁନର୍ବାର ରେଳସେବା ଆରମ୍ଭ ହେବାର ଆବଶ୍ୟକତା ରହିଛି ।ଏହି ଲୋକମାନଙ୍କ ପାଇଁ ଓଡିଶାରୁ ବସ୍ ସେବା ଯୋଗାଇଦେବା ପାଇଁ କିଛି ସଂସ୍ଥା ଇଚ୍ଛାପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking