27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ଏସଆରସି

ଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ଏସଆରସି

ଭୁବନେଶ୍ୱର: ଲଘୁଚାପ ଜନିତ ବର୍ଷା ପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଅରେଂଜ ଓ ୟେଲୋ ୱାର୍ଣ୍ଣିଙ୍ଗ ଜାରି ହୋଇଥିବା ଜିଲ୍ଲାଗୁଡିକରେ ଅଧିକ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ବନ୍ୟା ଭଳି ସ୍ଥିତି ଓ ମାଟି ଅତଡା ଧସିବା ପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ତଳିଆ ଅଂଚଳ ପ୍ରତି ଅଧିକ ଧ୍ୟାନ ଦେବା ସହ ଜଳ ନିଷ୍କାସନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବର୍ତମାନ ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସଜୀବିମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ମନା କରାଯାଇଛି । ପତ୍ୟେକ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking