29.1 C
Bhubaneswar
Sunday, September 8, 2024
Homeଓଡିଶାଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର : ରାଜ୍ୟରେ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି । ପ୍ରବଳ ବର୍ଷା ପାଇଁ ଜାରି ହେଲା ୟେଲୋ ୱାର୍ଣ୍ଣି । ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ସଜାଗ ପାଇଁ ଚିଠି । ୩୧ ଜୁଲାଇ ଯାଏଁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ସମସ୍ତ ପ୍ରକାର ସ୍ଥିତି ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି । ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷ ହେବା ଆକଳନ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସହରରେ ତଳିଆ ଅଂଚଳରେ ପସିପାରେ ପାଣି । ରାସ୍ତା ଓ ନାଳ ମଧ୍ୟ ଜଳମଗ୍ନ ହୋଇପାରେ । ଜମିଥିବା ପାଣି ନିଷ୍କାସନ ପାଇଁ ପମ୍ପସେଟ ରଖିବାକୁ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷାରେ କିଛି କ୍ଷୟକ୍ଷତି ହେଲେ ତୁରନ୍ତ ଜଣାଇବାକୁ ନିର୍ଦେଶ ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ଦେଓଗଡ଼, ବୌଦ୍ଧ ଓ କଳାହାଣ୍ଡି ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ଏହା ପରେ ଲଘୁଚାପ ଝାଡ଼ଖଣ୍ଡ ମୁହାଁ ହେଲେ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢିବ। ସେହିପରି ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ, ନୂଆପଡ଼ା ଓ ନବରଙ୍ଗପୁର ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking