18.1 C
Bhubaneswar
Monday, November 25, 2024
Homeଓଡିଶାସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ଏସଆରସିଙ୍କ ସତର୍କ ସୂଚନା

ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ଏସଆରସିଙ୍କ ସତର୍କ ସୂଚନା

ଭୁବନେଶ୍ୱର: ସମ୍ଭାବ୍ୟ ଲଘୁଚାପ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି । ୨୩ରୁ ସମୁଦ୍ରକୁ ଯିବାକୁ ମନା କରାଯାଇଥିବା  ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୨୨ ମେ’ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି । ତେବେ ପବନର ଗତି ୬୦କିମି ପ୍ରତି ଘଣ୍ଟା ହେବାର ଅନୁମାନ କରାଯାଇଛି । ୨୪ ସକାଳୁ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି । ସେତେବେଳେ ପବନର ଗତି ଘଣ୍ଟାକୁ ୫୦ରୁ ୬୦ ଓ ସ୍ଥଳବିଶେଷରେ ୭୦ କିମି ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୩ ତାରିଖ ସକାଳୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ନଯିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୩ ପୂର୍ବରୁ କୂଳକୁ ଫେରି ଆସିବାକୁ କୁହାଯାଇଛି । ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ପ୍ରଭାବରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ । ତେଣୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking