23.1 C
Bhubaneswar
Friday, November 22, 2024
Homeଓଡିଶାଏହି ସବୁ ଜିଲ୍ଲାରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ଏସ୍‌ଆରସି ପକ୍ଷରୁ ସତର୍କ ସୂଚନା

ଏହି ସବୁ ଜିଲ୍ଲାରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ଏସ୍‌ଆରସି ପକ୍ଷରୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଆଧାରରେ ଏସ୍‌ଆରସି ପକ୍ଷରୁ ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କୁ ଚିଠି ଲେଖଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଆଗାମୀ ୨ ଦିନ ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି କୁହାଯାଇଛି। ଆଇଏମ୍‌ଡି ପକ୍ଷରୁ ଏହି ଜିଲ୍ଲା ଗୁଡ଼ିକ ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲା ପ୍ରଶାସନ ସତର୍କତାମୂଳକ ପଦକ୍ଷେପ ନେଉ। ତାପମାତ୍ରା ବଢ଼ିବାକୁ ଥିବା ବେଳେ ଶିଶୁ ଓ ବୟସ୍କଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ପଡ଼ିବ। ଟାଣ ଖରା (ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା)ରେ ଲୋକଙ୍କୁ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଆବଶ୍ୟକ ଅନୁସାରେ ପଦକ୍ଷେପ ନେବା ପାଇଁ ଏସ୍‌ଆରସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରାର ବିଶେଷ ପ୍ରଭାବ ପଡିବ ନାହିଁ। କାଳବୈଶାଖୀ ପ୍ରଭାବରେ ହିଟ ୱେଭ୍‌ରେ ସାମାନ୍ୟ ବ୍ରେକ୍‌ ଲାଗିବ। ଆଗାମୀ ୩ ଦିନ ପରେ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ମେ’ ମାସ ୧ରୁ ୨ ତାରିଖରେ ୨ ଡିଗ୍ରି ଯାଏଁ ତାପମାତ୍ରା ତଳକୁ ଖସିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking