28.1 C
Bhubaneswar
Saturday, April 4, 2026
Homeଓଡିଶାଆଜି ବସିବ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ବୈଠକ

ଆଜି ବସିବ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ବୈଠକ

ପୁରୀ : ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା କରିବେ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ ଯୋଗଦେବେ । ତେବେ ଭିତର ଏବଂ ବାହାର ରତ୍ନଭଣ୍ଡାର ମରାମତି ସମେତ ମହାପ୍ରଭୁଙ୍କ ରତ୍ନ ଅଳଙ୍କାରଗୁଡ଼ିକର ଗଣତି ମଣତି ସମ୍ପର୍କରେ ଏଥିରେ ଆଲୋଚନା ହେବାର ସମ୍ଭାବନା ରହିଛି। ପରିବର୍ତ୍ତିତ ମାର୍ଗଦର୍ଶିକା ବିଷୟରେ ଆଲୋଚନା ହେବାର ସମ୍ଭାବନା ରହିଛି। ପୁଣି କେବେ ରତ୍ନଭଣ୍ଡାର ଖୋଲାଯିବ ସେଥିନେଇ ଏହି କମିଟି ନିଷ୍ପତ୍ତି ଗ୍ରହଣ କରିବ। ବାହାର ଓ ଭିତର ଭଣ୍ଡାରରୁ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ ହୋଇସାରିଛି । ଏଏସଆଇ ପକ୍ଷରୁ ପ୍ରାଥମିକ ଯାଞ୍ଚ ଆରମ୍ଭ ହୋଇଥିବା ବେଳେ କେବେ ଏହାର ମରାମତି ହେବ, ସେ ନେଇ ଆଜିର ବୈଠକରେ ମଧ୍ୟ ଆଲୋଚନା କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking