29.1 C
Bhubaneswar
Saturday, October 10, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ତୈଳ ନିଗମ ନିର୍ଦ୍ଦେଶକ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ତୈଳ ନିଗମ ନିର୍ଦ୍ଦେଶକ

ଭୁବନେଶ୍ୱର: ଭାରତୀୟ ତୈଳ ନିଗମର ନିର୍ଦ୍ଦେଶକ ( ଯୋଜନା ଓ ବାଣିଜ୍ୟ ବିକାଶ) ସୁଜୟ ଚୌଧୁରୀ ଆଜି ସନ୍ଧ୍ୟାରେ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଶ୍ରୀ ଚୌଧୁରୀ ମୁଖ୍ୟମନ୍ତ୍ରୀଙ୍କୁ ନିଗମ ପକ୍ଷରୁ ଓଡ଼ିଶାରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ସଂପର୍କରେ ଅବଗତ କରାଇ ଥିଲେ। ଓଡ଼ିଶାର ବିକାଶ ପାଇଁ ତୈଳ ନିଗମକୁ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ସାକ୍ଷାତ ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ତଥା ଇସ୍ପାତ ଓ ଖଣି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking