ପୁରୀ: ମହାପ୍ରଭୁଙ୍କ ଦିବ୍ୟ ଓ ଭବ୍ୟ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆସନ୍ତାକାଲି ଦାରୁବିଗ୍ରହଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା । ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ । ୯ଟା ୧୫ରେ ମଙ୍ଗଳାର୍ପଣ ପରେ ୯ଟା ୩୦ରୁ ପହଣ୍ଡି ହେବ । ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଦାରୁବିଗ୍ରହ ରଥାରୁଢ । ୨ଟା୩୦ରୁ ୩ଟା ୩୦ ମଧ୍ୟରେ ଛେରାପହଁରା ହେବ । ଚାରମାଳ ଫିଟାଯାଇ ଅପରାହ୍ମ ୪ଟାରେ ରଥଟଣା ହେବ ।










