16.1 C
Bhubaneswar
Sunday, December 7, 2025
Homeଓଡିଶାଲକ୍ଷ୍ମୀନୃସିଂହ ବା ଡାଳିକିଆ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଲକ୍ଷ୍ମୀନୃସିଂହ ବା ଡାଳିକିଆ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଚତୁର୍ଦ୍ଦଶୀ ଅବସରରେ ଲକ୍ଷ୍ମୀନୃସିଂହ ବେଶ ବା ଡାଳିକିଆ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ତେବେ ଦ୍ୱାଦଶୀ ତିଥି କ୍ଷୟ ହୋଇଥିବାରୁ ମହାପ୍ରଭୁଙ୍କର ବାଙ୍କଚୁଡା ବେଶ ଅନୁଷ୍ଠିତ ହେବ ନାହିଁ । ଆସନ୍ତାକାଲି ବୁଧବାର ପୂର୍ଣ୍ଣିମାରେ ରାଜରାଜେଶ୍ୱରବେଶ ଵା ସୁନାବେଶ ଅନୁଷ୍ଠିତ ହେବ । ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡକୁ ମାର୍କେଟ ଛକରୁ ଅଧିକ ସଂପ୍ରସାରିତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking