38.1 C
Bhubaneswar
Friday, April 26, 2024
Homeଓଡିଶାଆଜିଠୁ ରାଧାଦାମୋଦର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଆଜିଠୁ ରାଧାଦାମୋଦର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କର ରାଧାଦାମୋଦର ବେଶ ଓ ବାଳ ଧୂପ ନୀତି ଅନୁଷ୍ଠିତ ହେବ । ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ଆଶ୍ବିନ ଶୁକ୍ଲ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଲ ଦଶମୀ ପର୍ଯ୍ୟନ୍ତ ଠାକୁରଙ୍କ ରାଧାଦାମୋଦର ବେଶ ହୋଇଥାଏ। କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ଏପରି ନାମକରଣ କରାଯାଇଛି । କାର୍ତ୍ତିକ ମାସରେ ରାତ୍ର ଦୁଇଘଡି ଥାଇ ଆଳତୀ ଅବକାଶ ସରି ତାପରେ ରାଧାଦାମୋଦର ବେଶ ହୋଇ ଠାକୁର ବାଳଧୂପ ପର୍ଯ୍ୟନ୍ତ ରୁହନ୍ତି । ଏହି ଦାମୋଦର ବେଶ ବା ରାଧାଦାମୋଦର ପୂଜାରେ ଗୋପୀମାନେ ମୁଖ୍ୟ ହୋଇଥାନ୍ତି।

କାର୍ତ୍ତିକ ବ୍ରତ ଆଚରଣ କରି ଯମୁନା କୂଳରେ ରାଧାଦାମୋଦରଙ୍କୁ ପୂଜା କରୁଥିଲେ । ଏହି ବେଶରେ ଲାଗି ହେଉଥିବା ସୁବର୍ଣ୍ଣ ଅଳଙ୍କାରମାନ ହେଲା ସୁବର୍ଣ୍ଣ ଘାଗଡା, କଟି ଓଡିଆଣି, ଚନ୍ଦ୍ରସୁର୍ଯ୍ୟ , ଚନ୍ଦ୍ରିକା ତ୍ରିମୁଣ୍ତି , ତିଳକ , ନଳୀଭୂଜ , କୁଣ୍ତଳ, ତଡଗି । ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ଲାଗେ । ଫୁଲଠାରୁ ଅଧିକା ସୁବର୍ଣ୍ଣ ଅଳଙ୍କାର ଲାଗେ । ହସ୍ତରେ ନଳୀଭୂଜ ଲଗାଇ ଦିଆଯାଏ । ମହାପ୍ରଭୁଙ୍କର ଚୂଳରେ ବାଉଁଶ ପାତିଆ ଓ କନାରେ ନିର୍ମିତ ଚୂଳ ତ୍ରିମୁଣ୍ତି ଉପରେ ରହିଥାଏ । ଚୂଳର ଅଗ୍ରଭାଗରେ ଚନ୍ଦ୍ରିକା ଶୋଭାପାଏ । କର୍ଣ୍ଣଦେଶରେ କୁଣ୍ତଳ , କଟିଦେଶରେ ଓଡିଆଣୀ, ମସ୍ତକରେ ତଡଗି, ସହିତ ବିଭିନ୍ନ ପ୍ରକାର ପୁଷ୍ପ ଅଳଙ୍କାର , ସୁନା ଅଳଙ୍କାର ସହ ପାଟଶାଢୀ, ଫୁଟା ଶିରିକପଡା, ପହରଣ, ବଳା, ଅଧରବଳା, ଓ ଉତ୍ତରୀୟ ଲାଗିହୁଏ । ଏହି ସମୟରେ ବାଳଭୋଗ ହୁଏ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking