27.1 C
Bhubaneswar
Monday, June 30, 2025
Homeଓଡିଶାଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି

ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ : ବହୁ ବାଦ ବିବାଦ ପରେ ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବ । ଏକ ମାସ ପରେ ପରେ ଶ୍ରୀଜିଉଙ୍କ ବନକଲାଗି ନୀତି କରାଯିବ ।

ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ସେବାୟତ ନିଜ ଜିଦରେ ଅଟଳ ରହିଥିବାରୁ ବନକଲାଗି ନୀତି ହୋଇପାରିନଥିଲା । ବୁଧବାର ବନକଲାଗି କରିବା ପାଇଁ ପ୍ରଶାସନ କହୁଥିବା ବେଳେ ଗୁରୁବାର ନୀତି କରିବା ପାଇଁ ଦାବି କରିଥିଲେ ଦତମହାପାତ୍ର ସେବାୟତ । ଗତ ଶ୍ରୀମନ୍ଦିର ପରିଚାଳନା ବୈଠକରେ ବୁଧବାର ବନକଲାଗି ନୀତି କରାଯିବ ବୋଲି ସହମତି ପ୍ରକାଶ ପାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking