26.1 C
Bhubaneswar
Tuesday, September 17, 2024
Homeଓଡିଶାବନକଲାଗି ନୀତି ପାଇଁ ଆଜି ଶ୍ରୀଜିଉଙ୍କ ଦର୍ଶନ ସନ୍ଧ୍ଯା ୬ରୁ ବନ୍ଦ

ବନକଲାଗି ନୀତି ପାଇଁ ଆଜି ଶ୍ରୀଜିଉଙ୍କ ଦର୍ଶନ ସନ୍ଧ୍ଯା ୬ରୁ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏଥିଲାଗି ୪ଘଣ୍ଟା ଲାଗି ମହାପ୍ରଭୂଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ତେବେ ଏହି ସମୟରେ ଭକ୍ତମାନେ ମନ୍ଦିରର ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ନୀତି ଅନୁଯାୟୀ ପାରମ୍ପରିକ ରଙ୍ଗ ଯଥା ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking