29.4 C
Bhubaneswar
Wednesday, April 17, 2024
Homeଓଡିଶାଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ଏହି ସମୟରେ ଉଠିବ ମହାଦୀପ

ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ଏହି ସମୟରେ ଉଠିବ ମହାଦୀପ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୮ ତାରିଖରେ ମହାଶିବରାତ୍ରୀ ପାଳିତ ହେବ । ଏଥିଲାଗି ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ସୁପରିଚାଳନା ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ସବୁଥର ପରି ଚଳିତବର୍ଷ ମଧ୍ୟ ସମସ୍ତ ରୀତିନୀତି ସହ ରାତି ୧୦ଟାରୁ ୧୦ଟା ୩୦ ମଧ୍ୟରେ ମହାଦୀପ ଉଠାଇବାକୁ ନିଷ୍ପତ୍ତି ହୋଇଛି । ମନ୍ଦିର ପ୍ରଶାସନ ସହ ବ୍ରାହ୍ମଣ ନିଯୋଗ, ପୂଜାପଣ୍ଡା ନିଯୋଗ, ସମର୍ଥା , ପାଲିଙ୍କିଆ ନିଯୋଗ ବୈଠକରେ ଉପସ୍ଥିତ ଥିଲେ । ବୈଠକରେ ଜାଗର ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର କରାଯିବା ସହ ମନ୍ଦିର ପରିମଳ, ଆଲୋକ ବ୍ୟବସ୍ଥା, ଟ୍ରାଫିକ୍‍ ନିୟନ୍ତ୍ରଣ, ପ୍ରତ୍ନତତ୍ତ୍ୱ ବିଭାଗର କାର୍ୟ୍ୟ ଓ ଆଇନ ଶୃଙ୍ଖଳା ଆଦି ବିଷୟ‌ରେ ବିସ୍ତୃତ ଆଲୋଚନା କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking