ଭୁବନେଶ୍ୱର : ମହାମହିମ ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ୱର୍ଗତାଃ ଦେବୀ ଜଣେ ଧର୍ମ ପରାୟଣା, ମିଷ୍ଟଭାଷୀ ଏବଂ ଅତ୍ୟନ୍ତ ପରପୋକାରୀ ଥିଲେ । ସମାଜସେବା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ସ୍ୱର୍ଗତାଃ ଦେବୀଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାହାସ ଓ ଧୈର୍ଯ୍ୟ ପ୍ରଦାନ କରିବା ସହ ଅମର ଆତ୍ମାପ ସଦଗତି ନିମନ୍ତେ ପ୍ରଭୃ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।