27.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟର ସମସ୍ତ ବିଧାନସଭା କ୍ଷେତ୍ରରେ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ, ଉପକରଣ ଓ ଚଷମା ବଂଟନ...

ରାଜ୍ୟର ସମସ୍ତ ବିଧାନସଭା କ୍ଷେତ୍ରରେ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ, ଉପକରଣ ଓ ଚଷମା ବଂଟନ କଲେ ବିଜେପି କାର୍ଯ୍ୟକର୍ତା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ସେବା ସପ୍ତାହର ଦ୍ୱିତୀୟ ଦିବସ

 ସେପ୍ଟେମ୍ବର ୧୪ରୁ ୨୦ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ

ଭୁବନେଶ୍ୱର, : ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ
ଅଭିନନ୍ଦନ ଜଣାଇବା ସହ ନିରାମୟ ଓ ଦୀର୍ଘଜୀବନ କାମନା କରି ବିଜେପି କାର୍ଯ୍ୟକର୍ତାମାନେ ଗତ କାଲିଠୁ ସମଗ୍ର ଦେଶରେ
ସେବା ସପ୍ତାହ ପାଳନ କରୁଛନ୍ତି । ଆସନ୍ତା ୧୭ ତାରିଖ ହେଉଛି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ । ସେବା ସପ୍ତାହର ଦ୍ୱିତୀୟ
ଦିବସରେ ବିଜେପି କାର୍ଯ୍ୟକର୍ତାମାନେ ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ ଦିବ୍ୟାଙ୍ଗମାନଙ୍କୁ ଆବଶ୍ୟକୀୟ କୃତ୍ରିମ ଅଙ୍ଗ,
ଉପକରଣ ଏବଂ ଚଷମା ବଂଟନ କରିଛନ୍ତି । ଏହି ଅବସରରେ କୋଭିଡ୍‌-୧୯ ନୀତି ନିୟମକୁ ପାଳନ କରି ପ୍ରତ୍ୟେକ
ବିଧାନସଭା କ୍ଷେତ୍ରରେ ସ୍ଥାନୀୟ ଦଳୀୟ ବିଧାୟକ, ବିଧାନସଭା ପ୍ରର୍ଥୀ, ଦଳୀୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତିରେ ବଂଟନ କାର୍ଯ୍ୟ
କରାଯାଇଥିଲା । ବାଲେଶ୍ୱର, ମୟୁରଭଂଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ନୟାଗଡ,
ଖୋର୍ଦ୍ଧା, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବୈାଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ନବରଙ୍ଗପୁର,
କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଂଜାମ, କନ୍ଧମାଳ, ନୂଆପଡା, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ପ୍ରତ୍ୟେକ
ବିଧାନସଭା କ୍ଷେତ୍ରରେ ଦିବ୍ୟାଙ୍ଗମାନଙ୍କୁ କୃତ୍ରିମ ଅଙ୍ଗ, ଉପକରଣ ଓ ଚଷମା ବଂଟନ କରାଯାଇଛି ।
ଏହି ସେବା ସପ୍ତାହରେ ବିଜେପି କାର୍ଯ୍ୟକର୍ତାମାନେ ବିଭିନ୍ନ ପ୍ରକାରର ସେବାକାର୍ଯ୍ୟମାନ କରି ମାନନୀୟ
ପ୍ରଧାନମନ୍ତ୍ରୀଙ୍କର ନିରାମୟ ଓ ଦୀର୍ଘଜୀବନ କାମନା କରିଥାନ୍ତି । ଚଳିତ ବର୍ଷ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ୭୦ତମ ଜନ୍ମ ଦିବସ
ହୋଇଥିବା କାରଣରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୧୪ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ
ସପ୍ତାହବ୍ୟାପୀ ସମଗ୍ର ଦେଶରେ ନିର୍ଦ୍ଧାରିତ ବିଭିନ୍ନ ପ୍ରକାରର ସେବା କାର୍ଯ୍ୟମାନ ଅନୁଷ୍ଠିତ ଆରମ୍ଭ ହୋଇଛି ।
ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁରୋଧକ୍ରମେ ସପ୍ତାହବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଏହି ସେବା ସପ୍ତାହ
କାର୍ଯ୍ୟକ୍ରମରେ ପାର୍ଟୀର ସମସ୍ତ ସାଂସଦ, ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ସମସ୍ତ ନିର୍ବାଚିତ ଜନ
ପ୍ରତିନିଧିମାନଙ୍କ ସହ ପାର୍ଟୀର ସମସ୍ତ ପଦାଧିକାରୀ ଓ କାର୍ଯ୍ୟକର୍ତାମାନେ କୋଭିଡ୍‌-୧୯ ନୀତିନିୟମକୁ ପାଳନ ସହ
ଯୋଗଦାନ କରୁଛନ୍ତି ।
ଆଜିର ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, କୃଷ୍ନଚନ୍ଦ୍ର ପାତ୍ର, ଦିଲେଶ୍ୱର ପ୍ରଧାନ, ବିଭୁତି ପ୍ରଧାନ,
ପ୍ରତାପ ପ୍ରଧାନ, ବିଭୁ ତରାଇଙ୍କ ସମେତ ବହୁ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାମାନେ ସାମିଲ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking