26.1 C
Bhubaneswar
Monday, November 25, 2024
Homeଓଡିଶାରାଜ୍ୟ ବଜେଟ୍‌: ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି

ରାଜ୍ୟ ବଜେଟ୍‌: ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି

ଭୁବନେଶ୍ୱର: ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏହି ଅବସରରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି । ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ଜାତିସଂଘ ଦ୍ୱାରା ପ୍ରଶଂସିତ ବୋଲି ସେ କହିଛନ୍ତି । ତେବେ ଅର୍ଥମନ୍ତ୍ରୀ ପ୍ରଥମେ କୃଷି ବଜେଟ ଉପସ୍ଥାପିତ କରିଛନ୍ତି । କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟ ବରାଦ କରାଯାଇଛି । ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭରିଂ ଫଣ୍ଡର ବ୍ୟବସ୍ଥା କରାଯାଇଛି । କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କାର ବ୍ୟୟପରାଦ କରାଯାଇଛି । ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ କରାଯାଇଛି । କୃଷି କ୍ଷେତ୍ରରେ ମହିଳା ଏସଏଚଜିଙ୍କୁ ପ୍ରୋତ୍ସାହନ ପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି । କୃଷି କ୍ଷେତ୍ରରେ ମହିଳା ଏସଏଚଜିଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଟଙ୍କା ଖର୍ଚ୍ଚ ହେବ । ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ । ଏହି ପ୍ରକଳ୍ପ ପାଇଁ ୮୫୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ପାର୍ବତୀଗିରି ବୃହତ୍ତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫୦୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସେହିପରି ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି ବ୍ୟୟବରାଦ କରାଯାଇଛି । ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଅଚଳ ଉଠାଜଳସେଚନ ପ୍ରକଳ୍ପର ପୁନରୁଦ୍ଧାର ପାଇଁ ୧୯୧ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଆଉ ୪୫୦ଟି ଚେକଡ୍ୟାମ ନିର୍ମାଣ ପାଇଁ ୧୮୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଲୁଣା ବନ୍ଧ ସୁଦୃଢୀକରଣ ପାଇଁ ବଜେଟରେ ୯୬୧ କୋଟି ବ୍ୟୟବରାଦ କରାଯାଇଛି । ତେବେ ଚଳିତ ବର୍ଷ ଠାରୁ ଆସନ୍ତା ଆର୍ôଥକ ବର୍ଷର ବ୍ୟୟବରାଦ ୧୫ ପ୍ରତିଶତ ଅଧିକ । ତେବେ ଏଥର ବଜେଟରେ କ’ଣ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି ।

କ’ଣ ତାହା ସେ ସମ୍ପର୍କରେ ଜାଣନ୍ତୁ:
ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି
ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି
ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି
ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି
ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି
ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟବରାଦ
ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି
ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟିର ବ୍ୟବସ୍ଥା କରାଯାଇଛି
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି
ବିଦେଶ ବିମାନ ଉଡ଼ାଣ ଯୋଜନା ପାଇଁ ୧୦୦ କୋଟି
ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି
ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି
ମିଶନଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟିର ବ୍ୟୟବରାଦ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking