ଭୁବନେଶ୍ୱର: ଶନିବାର ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟ ବୈଠକ । ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଏହା ଥିଲା ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ କ୍ୟାବିନେଟର ଶେଷ ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ଅନୁଯାୟୀ ମହାନଦୀରେ ଆଉ ଏକ ସେତୁ ନିର୍ମାଣ କରାଯିବ । ଏହି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ସେତୁ ନିର୍ମାଣ କରାଯିବ । ସେତୁ ନିର୍ମାଣରେ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ୩ ବର୍ଷରେ ନିର୍ମାଣ କାମ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ତାଳଚେର ଫର୍ଟିଲାଇଜର ଲିମିଟେଡକୁ ୮୫୬ ଏକର ଜାଗା ପଞ୍ଜିକରଣ ହେବ। ଷ୍ଟାମ୍ପ ଭେଣ୍ଡରଙ୍କ କମିସନ ବୃଦ୍ଧି। କଟକ ଚାଉଳିଆଗଞ୍ଜରେ ହେବ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ। ଅଢେଇ ଏକର ଜମି ବିନା ପ୍ରିମିୟମରେ ପ୍ରଦାନ କରାଯିବି। ୨୯ କୋଟି ୩୭ ଲକ୍ଷ ପ୍ରିମିୟମ ଛାଡ ପାଇଁ କ୍ୟାବିନେଟରେ ନଷ୍ପତ୍ତି ହୋଇଛି।